ଗଞ୍ଜାମ ଜିଲ୍ଲା/ ରଜନୀକାନ୍ତ ପାତ୍ର : ବ୍ରହ୍ମପୁର ଅଧୀନରେ ଥିବା ଖଲ୍ଲିକୋଟ ଏକକ ବିଶ୍ଵବିଦ୍ୟାଳୟ ଖେଳ ପଡିଆରେ “ନୂଆଁ ଓ ଯୁବ ଓଡ଼ିଶା,ନବୀନ ଓଡ଼ିଶା” ତରଫରୁ ଆୟୋଜିତ ଖଲ୍ଲିକୋଟ ଆନ୍ତଃ ମହାବିଦ୍ୟାଳୟ କ୍ରୀଡା ପ୍ରତିଯୋଗିତାର ଉଦ୍ଘାଟନୀ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମାନ୍ୟବର ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀ ବିକ୍ରମ କୁମାର ପଣ୍ଡା, ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ଶ୍ରୀଯୁକ୍ତ ଡ଼ାଃ.ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ବିଶ୍ଵବିଦ୍ୟାଳୟ ରେଜିଷ୍ଟ୍ରାର, ବହୁ ଗଣ୍ୟମାନ୍ୟ ପଦାଧିକାରୀ ତଥା ବିଜେଡି ଯୁବ, ଛାତ୍ର, ମହାନଗର ନେତୃବୃନ୍ଦ ଯୋଗଦେଇ ଥିଲେ । ପ୍ରଥମେ ପତାକା ଉତ୍ତୋଳନ କରି ସମସ୍ତ କ୍ରୀଡା ପ୍ରତିଯୋଗୀ ତଥା ଛାତ୍ର ଛାତ୍ରୀ ମାନଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦ୍ବାରା ନୁତନ ଭାବେ ପ୍ରଣୋଦିତ ଯୁବ ଓ ଛାତ୍ର ସମାଜର ସର୍ବ କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ “ନୂଆଁ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା” କାର୍ଯ୍ୟକ୍ରମ ଏବଂ ଭୂମିକା ବିଷୟରେ ଅବଗତ କରାଇବା ସହ ସେମାନଙ୍କ ଉଜ୍ବଳ ଭବିଷ୍ୟତର କାମନା କରିଥିଲେ ।