ଦେଶରେ ଦିନକରେ ୧୬ ହଜାର ୫୦୫ ନୁଆ କରୋନା ଆକ୍ରାନ୍ତ ଚିହ୍ନଟ

(ନୂଆଦିଲ୍ଲୀ) : ଦେଶରେ କରୋନା ସଂକ୍ରମଣ ଓ ମୃତକଙ୍କ ସଂଖ୍ୟା ଦିନକୁ ଦିନ ହ୍ରାସ ପାଉଛି । ଗତ ୨୪ ଘଣ୍ଟାରେ ଆଉ ୧୬ ହଜାର ୫୦୫ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ଭାରତରେ ଏବେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩ ଲକ୍ଷ ୪୦ ହଜାର ୪୭୦କୁ ବୃଦ୍ଧି ପାଇଛି । ସେହିପରି ଦିନକରେ ୨୧୪ ଜଣ କରୋନାରେ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏଥିସହିତ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୯ ହଜାର ୬୪୯ରେ ପହଞ୍ଚିଛି । ବର୍ତ୍ତମାନ ୨ ଲକ୍ଷ ୪୩ ହଜାର ୯୫୩ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ଏଯାଏ ୯୯ ଲକ୍ଷ ୪୬ ହଜାର ୮୬୭ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଲେଣି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।