ଭାରତ ରୁ ଚୀନ୍ । ଏବେ ସିଧା ସଳଖ ଭାରତ-ଚୀନ ମଧ୍ୟରେ ବିମାନ ସେବାର ଶୁଭାରମ୍ଭ। ୨୦୨୦ ଗଲୱାନ ସଂଘର୍ଷ ପରଠାରୁ, ଦୁଇ ଦେଶ ମଧ୍ୟରେ ବିମାନ ସେବା ବାତିଲ ହୋଇଥିଲା। ଆଉ ବର୍ତ୍ତମାନ ଦୁଇ ଦେଶ ମଧ୍ୟରେ ସିଧାସଳଖ ବିମାନ ଉଡିବା ସମ୍ପର୍କରେ, ସହମତି ପ୍ରକାଶ ହୋଇଛି ବୋଲି ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଛି । ବନ୍ଦ ରହିଥିବା ବିମାନ ସେବାକୁ ପୁନଃପ୍ରଚଳନ କରିବା ସଂକ୍ରାନ୍ତରେ ଦୁଇ ଦେଶ ମଧ୍ୟରେ ବୈଷୟିକ କଥାବାର୍ତ୍ତା ଚାଲିଛି ।