ବରଗଡ଼: ବରଗଡ଼ କୁର୍ଲା ଜଙ୍ଗଲରୁ ଆହତ ଅବସ୍ଥାରେ ଯୁବତୀ ଉଦ୍ଧାର ଘଟଣା । ସପ୍ତାହେ ପରେ ପୁଲିସ୍ ସୋମବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ଏହାର ପ୍ରତିବାଦରେ ମଙ୍ଗଳବାର ୧୨ ଘଣ୍ଟିଆ ବରଗଡ଼ ବନ୍ଦ ଡାକରା ଦିଆଯାଇଛି । ବିଜେଡି, ବ୍ୟବସାୟୀ ସଂଘ, ବିଭିନ୍ନ ସାମାଜିକ ସଙ୍ଗଠନ ସମେତ ୩୦ ରାଜନୈତିକ ଓ ଅଣରାଜନୈତିକ ସଙ୍ଗଠନ ଏହାକୁ ସମର୍ଥନ ଜଣାଇଛନ୍ତି । ସକାଳୁ ସହର ବିଭିନ୍ନ ଛକରେ ବନ୍ଦ ପାଳନ ହେଉଥିବାର ଦେଖିବାକୁ ମିଳିଛି। ବିଭିିନ୍ନ ସଂଗଠନ ପକ୍ଷରୁ ପିକେଟିଂ ସହ ରାସ୍ତାରୋକ କରୁଛନ୍ତି। ଅତ୍ୟାବଶ୍ୟକ ସେବା ଓ ଜରୁରୀ କାଳୀନ ସେବାକୁ ବାଦ ଦେଇ ବିଭିନ୍ନ ସ୍କୁଲ କଲେଜ ସରକାରୀ ବେସରକାରୀ ଅନୁଷ୍ଠାନ କାର୍ଯ୍ୟାଳୟ ସକାଳ ୬ ଟା ରୁ ସନ୍ଧ୍ୟା ୫ ଟା ପର୍ଯ୍ୟନ୍ତ ବନ୍ଦ ରହିବ ।