ବିଦ୍ଧିବଧ ଭାବେ ବିଜେବିରେ ସାମିଲ ହେଲେ ଭର୍ତ୍ତୃହରି ମହତାବ

ଭୁବନେଶ୍ୱର: ଅନେକ କଳ୍ପନା ଜଳ୍ପନାର ଘଟିଛି ଅନ୍ତ । ଶେଷରେ ବିଜେପିରେ ସାମିଲ ହୋଇଛନ୍ତି ବିଜେଡିର ପୂର୍ବତନ ସାଂସଦ ଭର୍ତ୍ତୃହରି ମହତାବ । ଦିଲ୍ଲୀ ଯାଇ ସେ ବିଦ୍ଧିବଧ ଭାବେ ସାମିଲ ହୋଇଛନ୍ତି । ଆଜି ଦିଲ୍ଲୀ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ଦଳର ସାଧାରଣ ସଂପାଦକ ବିନୋଦ ତାୱଡେ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଭର୍ତ୍ତୃହରି ମହତାବ ପଦ୍ମ ଧରିଛନ୍ତି। ୨୨ ମାର୍ଚ୍ଚ ଶୁକ୍ରବାର ଦିନ ଭର୍ତ୍ତୃହରି ବିଜେଡିରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ ଇସ୍ତଫାପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଥିଲେ। ସେ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ବିଜେଡି ଛାଡ଼ିବା ପରେ ସେ ବିଜେପିରେ ଯୋଗ ଦେବେ ବୋଲି ଚର୍ଚ୍ଚା ହୋଇଥିଲା। ଏହି ଚର୍ଚ୍ଚାର ଆଜି ଅନ୍ତ ଘଟିଛି।  ଭର୍ତ୍ତୃହରି ୬ ଥର ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି। ୧୯୯୮, ୧୯୯୯, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ରେ ସେ ଲଗାତାର କଟକ ଲୋକସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇଛନ୍ତି।୨୦୧୭ରେ ସେ ଆଉଟଷ୍ଟାଣ୍ଡିଂ ପାର୍ଲାମେଣ୍ଟାରିଆନ ଆୱାର୍ଡ ପାଇଥିବା ବେଳେ ୨୦୧୭, ୨୦୧୮, ୨୦୧୯ ଓ ୨୦୨୦ରେ ସଂସଦ ରତ୍ନ ଆୱାର୍ଡରେ ସମ୍ମାନିତ ହୋଇଛନ୍ତି।