ଭୁବନେଶ୍ୱର : ଉପାସରେ ମହପ୍ରଭୁ ଶ୍ରୀ ଲିଙ୍ଗରାଜ । ନୀତିକାନ୍ତରେ ବିଭ୍ରାଟ । ମଙ୍ଗଳଆଳତି ପରେ ହୋଇନାହିଁ ମହାଦେବଙ୍କ ନୀତି । ବ୍ରାହ୍ମଣ ନିଯୋଗ ଓ ପୂଜାମଣ୍ଡପଙ୍କ ମଧ୍ୟରେ ବିବାଦ ଯୋଗୁଁ ଉପାସ କହିଛନ୍ତି ଶ୍ରୀଲିଙ୍ଗରାଜ ମହାପ୍ରଭୁ ।
ତେବେ ବାହ୍ୟ ପ୍ରଭାବରେ ପ୍ରଭାବିତ ହୋଇ ଦୁଇ ସେବାୟତ ଗୋଷ୍ଠୀଙ୍କ ମଧ୍ୟରେ କନ୍ଦଳ ଲାଗିରହିଥିବା ଜଣାପଡିଛି ।ଠାକୁରଙ୍କ ସେବା ପାଇଁ ବଡୁ ନିଯୋଗଙ୍କୁ ଯେଉଁ ସମ୍ପତ୍ତି ଦିଆଯାଇଥିଲା ସେଠାରେ ସେମାନେ ନିର୍ମାଣ କାର୍ଯ୍ୟ କରୁଥିବାରୁ ଏହାକୁ ବିରୋଧ କରି ଅନ୍ୟ ସେବାୟତ ଗୋଷ୍ଠୀ ଠାକୁରଙ୍କ ନୀତି ବନ୍ଦ କରିଥିବା ଜାଣିବାକୁ ମିଳିଛି ।