ଆସନ୍ତା ୨୪ ଘଣ୍ଟାରେ ସାରା ରାଜ୍ୟରେ ବର୍ଷା ହେବ

ରିପୋର୍ଟର୍ସ ଟୁଡେ ବ୍ୟୁରୋ;- ରାଜ୍ୟରେ ଲଘୁଚାପ ପ୍ରଭାବରେ ଲାଗି ରହିଛି ବର୍ଷା । ଲଗାଣ ବର୍ଷା ପାଇଁ ଅନେକ ସ୍ଥାନରେ ଜଳ ବନ୍ଦୀ ହୋଇଛି । ଗାଁ ଠାରୁ ସହର ଯାତାୟତ ବାଧା ହୋଇଛି । ଲଘୁଚାପ ପ୍ରଭାବରେ ଆସନ୍ତା ୧୨ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ଅବପାତରେ ପରିଣତ ହେବାେ ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ପାଣିପାଗ ବିଭାଗ ଆକଳନ ଅନୁଯାୟୀ, ଆସନ୍ତାକାଲି ସକାଳ ଅବପାତଟି ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଦେଇ ଗତି କରିବ । ପ୍ରଭାବରେ ଆସନ୍ତା ୫ଦିନ ବର୍ଷା ହେବ ସହ ୨୪ ଘଣ୍ଟା ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା ହେବ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ସାରା ରାଜ୍ୟରେ ବର୍ଷା ହେବ ।