ଆଗାମି ଦୁଇ ଦିନ ବର୍ଷା

(ଭୁବନେଶ୍ୱର) ; ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏଭଳି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଗ ଅନୁକୂଳ ଏବଂ ଲଘୁଚାପ ସୃଷ୍ଟି ହେଲେ ମୌସୁମି ସକ୍ରିୟ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ରର ଆକଳନ ଅନୁଯାୟୀ ଆସନ୍ତା ୨୧ ଓ ୨୨ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।