ଅଂଶୁଘାତରେ କନିଷ୍ଠ ଯନ୍ତ୍ରୀଙ୍କ ମୃତ୍ୟୁ

(ଶିଳାସ୍ମିତା ରାୟ) ଭୁବନେଶ୍ୱର: ଗଂଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ କନିଷ୍ଠ ଯନ୍ତ୍ରୀ ସୁଧୀର ହୋତା (୫୨) ଙ୍କ ବୁଧବାର ଅଂଶୁଘାତରେ ମୃତ୍ୟୁ ହୋଇଛି । ଆଜି ସକାଳୁ କ୍ଷେତ୍ର ପରିଦର୍ଶନରେ କୁମ୍ଭାର ଗାଁ ଯାଇଥିଲେ କନିଷ୍ଠ ଯନ୍ତ୍ରୀ। ପୂର୍ବାହ୍ଣ ୧୧ଟାରେ ସେ ଅଙ୍ଗାର ଗାଁରେ ଅଚେତ ହୋଇ ତଳେ ପଡ଼ି ଯାଇଥିଲେ। ସୁମଣ୍ଡଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ହସ୍‌ପିଟାଲରେ ପହଂଚିବା ବେଳକୁ ତାଙ୍କର ମୃତ୍ୟୁ ହୋଇଯାଇଥିଲା ।