ସକାଳ ୮ଟା ସୁଦ୍ଧା ଝାରସୁଗୁଡା ପାଲଟିଛି ଉତ୍ତପ୍ତ ସହର

ଭୁବନେଶ୍ୱର: ଅସହ୍ୟ ତାତିରେ ଛଟପଟ ହେଉଛି ସାରା ଓଡ଼ିଶା। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। କେତେବେଳେ ଉତ୍ତର ଓଡ଼ିଶା ତ କେତେବେଳେ ପଶ୍ଚିମା ଓଡ଼ିଶା ପାଲଟୁଛି ନିଆଁ ପିଣ୍ଡୁଳା।  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସକାଳ ୮ ଟା ୩୦ ସୁଦ୍ଧା ଝାରସୁଗୁଡ଼ା ଓ ସମ୍ବଲପୁରରେ ତାପମାତ୍ରା ୩୪ ଡିଗ୍ରୀ ପାର କରିଛି। ଝାରସୁଗୁଡ଼ର ତାପମାତ୍ରା ୩୪.୮ ଡିଗ୍ରୀ ରେକର୍ଡ଼ କରାଯାଇଥିବା ବେଳେ ସମ୍ବଲପୁରର ତପମାତ୍ରା ୩୪.୪ ଡିଗ୍ରୀ ରେକର୍ଡ କରାଯାଇଛି। ରାଜଧାନୀ ଭୁବନେଶ୍ବରରେ ୩୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ୩ ଦିନ ଭିତରେ ୩ ରୁ ୫ ଡିଗ୍ରୀ ସେଲସିୟସ ବଢ଼ିବ ତାପମାତ୍ରା ।  ଗତକାଲି ଝାରସୁଗୁଡ଼ାରେ ଚଳିତବର୍ଷର ସର୍ବୋଚ୍ଚ ୪୫.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା । ୪୫ ଡିଗ୍ରୀ ତାପମାତ୍ରା ସହ ଦେଶର ଦ୍ବିତୀୟ ଉତ୍ତପ୍ତ ସହର ପାଲଟିଥିଲା ଝାରସୁଗୁଡା ।