ଶପଥ ନେବେ ଝାରସୁଗୁଡ଼ାର ନବ ନିର୍ବାଚିତ ବିଧାୟିକା ଦୀପାଳି ଦାସ

 ଭୁବନେଶ୍ବର: ଆଜି ଶପଥ ନେବେ ଝାରସୁଗୁଡ଼ାର ନୂଆ ବିଧାୟିକା ଦୀପାଳି ଦାସ । ରାଜ୍ୟ ବିଧାନସଭାରେ ଦୀପାଳିଙ୍କୁ ଶପଥପାଠ କରାଇବେ ଉପବାଚସ୍ପତି ରଜନୀକାନ୍ତ ସିଂ । ସକାଳ୧୦ଟା ୩୦ରେ ଦୀପାଳି ଶପଥ ନେବା କାର୍ଯ୍ୟକ୍ରମ ରହିଛି । ଗତକାଲି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଆଶୀର୍ବାଦ ନେଇଥିଲେ ଦୀପାଳି । ଝାରସୁଗୁଡା ଲୋକଙ୍କ ପାଇଁ ସମର୍ପିତ ହୋଇ କାମ କରିବାକୁ ଦୀପାଳିଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଝାରସୁଗୁଡ଼ା ବିକାଶକୁ ଆଗେଇ ନେବା ସହ ଲୋକମାନଙ୍କ ଜୀବନରେ ପରିବର୍ତ୍ତନ ଆଣିବା ପାଇଁ ସମର୍ପିତ ଭାବେ କାର୍ଯ୍ୟ କରିବାକୁ ନବୀନ ପରାମର୍ଶ ଦେଇଛନ୍ତି ।