ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର/ ଓମ ପ୍ରକାଶ ମିଶ୍ର : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ  ଅନୁଷ୍ଠିତ ହୋଇଯାଇଛି  । ସୁବର୍ଣ୍ଣପୁର ଜିଲ୍ଲପାଳ ଅବୋଲୀ ସୁନିଲ ନରୱଣେ ଓ  ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୭ ଗୋଟି ଓ ସାମୁହିକ ଦରଖାସ୍ତ 0୨ ଗୋଟି  ଗ୍ରହଣ କରାଯାଇଛି  । ଗ୍ରହଣ କରାଯାଇଥିବା  ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।

ବିଡିଓ, ସୋନପୁର- ସୌମ୍ୟ ରଞ୍ଜନ ସ୍ୱାଇଁଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ- ନିହାର ରଞ୍ଜନ କଁହର, ଏସଇ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ, କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଆର ଡବ୍ଲୁ ଏସ ଏସ ଇଂ ବିଭୁ ପ୍ରସାଦ ପଣ୍ଡା,ଡି ଏମ ଓ ଡ଼ଃ ପ୍ରଦୀପ କୁମାର ଗୁରୁ ,ସି ଏସ ଓ ସୁରେଶ ପାଣିଗ୍ରାହୀ,ଡି ଇ ଓ ଲକ୍ଷ୍ମଣ ଭୋଇ, ଜି ଏମ ଡି ଆଇ ସି ବଳଭଦ୍ର ନାଏକ, ଜିଲ୍ଳା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଳା କଲ୍ୟାଣ ଅଧିକାରୀ ପାଲାକା ରବୀନ୍ଦ୍ର,ତହସିଲଦାର ନବୀନ କିଶୋର ପାଢ଼ୀ , କାର୍ଯ୍ୟନିର୍ବାହୀ ଅଧିକାରୀ ପୌରପରିଷଦ, ସୋନପୁର ସୂର୍ଯ୍ୟଂଶୁ ରୁଟ ,ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

ପ୍ରାରମ୍ଭରେ ସ୍ୱଛତା ଅଭିଯାନ ର ସଚେତନତା ବାର୍ତ୍ତା ନେଇ ସୋନପୁର ବ୍ଲକ ତରଫରୁ ଆୟୋଜିତ ସ୍ଵଚ୍ଛତା ଅଭିଯାନ ସଚେତନତା ରଥ କୁ ଜିଲ୍ଲାପାଳ ନରୱଣେ ଜିଲ୍ଲା ର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିଥିଲେ । ଏହି ରଥ ବ୍ଲକ ଅନ୍ତର୍ଗତ ସମସ୍ତ ପଞ୍ଚାୟତ ଅଞ୍ଚଳ ପରିକ୍ରମା କରିବ ।