ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲପାଳ (ରାଜସ୍ବ ) ଶ୍ରୀଯୁକ୍ତ ସୂର୍ୟ୍ୟନାରାୟଣ ଦାଶ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ହେମନ୍ତ କୁମାର ପାଢ଼ୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୬୦ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୪ ଗୋଟି, ସାମୁହିକ ଦରଖାସ୍ତ ୧୪ ଗୋଟି ରହିଥିବା ବେଳେ,୦୧ ଟି ଦରଖାସ୍ତ ରେଡ଼କ୍ରସ ଓ ୦୧ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ସାହାଯ୍ୟ ନିମନ୍ତେ ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ୬୦ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୫୧ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୯ ଟି ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।

ଶ୍ରୀ ମୋତିଲାଲ ସୁଲିଆଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମରେ ଉପ ଜିଲ୍ଲାପାଳ, ବୀରମହାରାଜପୁର ଅଶୋକ ଭୋଇ, ବ୍ଲକ ଅଧ୍ୟକ୍ଷା, ବୀରମହାରାଜପୁର -ଶ୍ରୀମତୀ ଶାନ୍ତି ଲୁହା,ବ୍ଲକ ଉପାଧକ୍ଷ – ନାରାୟଣ ଲୁହା, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।