ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ତରଭା ପଞ୍ଚାୟତ ସମିତି ଅନ୍ତର୍ଗତ କମସରା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖ ପ୍ରାଙ୍ଗଣ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ. ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୭୭ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୫୭ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୨୦ ଗୋଟି ସାମୁହିକ ଦରଖାସ୍ତ ନିମନ୍ତେ ଦରଖାସ୍ତ ଗ୍ରହଣ କରାଯାଇଥିଲା। ତନ୍ମଧ୍ୟରୁ ଏକ ଗୋଟି ଅଭିଯୋଗ ପତ୍ର ତୁରନ୍ତ ଅଭିଯୋଗ ଶୁଣାଣୀ ଶିବିରରେ ସମାଧାନ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି।

ଏହି ଅବସରରେ କମସରା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଜାମକାନି ଗୋଠ ଗ୍ରାମର ଭିନ୍ନକ୍ଷମ ବ୍ୟକ୍ତି ଶ୍ରୀ ପରମାନନ୍ଦ ସନ୍ୟାସୀ ଓ ବଦଯୋର୍ ଗ୍ରାମର ଭିନ୍ନକ୍ଷମ ବ୍ୟକ୍ତି ଶ୍ରୀ ଚଞ୍ଚଳ ନାଏକଙ୍କୁ ହ୍ବିଲ ଚେୟାର ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁଙ୍କୁ ଦ୍ଵାରା ପ୍ରଦାନ କରାଯାଇଥିଲା।