ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ  ସଂଯୁକ୍ତ ଜନ  ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି  । ଏହି ଅଭିଯୋଗ ଶୁଣାଣିରେ ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି, କତଳକଇଠା,ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର  ସମୁଦାୟ ମୋଟ- ୧୧୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୯୭ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୧୯ ଗୋଟି  ଓ ୯ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ  କରାଯାଇଛି । ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ  ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ  ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା,ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ  ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ୍ ଆଲ୍ଲୀ, ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା  ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।