ବଲାଙ୍ଗିର : ବର୍ଷର ପହିଲା ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁରିବାହଲ ବ୍ଲକ ମୁଖ୍ୟାଳୟରେ ଜିଲ୍ଲାପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କରାଯାଇଛି। ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଗୌରୱ ଶିୱାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓଙ୍କୁ ସମୁଦାୟ ୩୧ ଗୋଟି ଅଭିଯୋଗ ଦାଖଲ ହୋଇଥିଲା ।
ତନ୍ମଧ୍ୟରୁ ୨୩ ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୮ ଟି ସାମୁହିକ ଅଭିଯୋଗ ଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରି ୭ ଟି ମାମଲାର ଶୁଣାଣୀର ତୁରନ୍ତ ସମାଧାନ କରିଥିଲେ ଏବଂ ବାକି ଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀ ଙ୍କୁ ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ ।
ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତରଣୀ ସୁନା , ଆସିଷ୍ଟାଣ୍ଟ କଲେକ୍ଟର(ସାଧାରଣ ଓ ବିବିଧ) ରାମ ନାରାୟଣ ମିଶ୍ର ଓ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।