ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ସାମ୍ବାଦିକଙ୍କ ମୃତ୍ୟୁ

ସୁରକ୍ଷା କର୍ମୀଙ୍କ ସର୍ଚ୍ଚ ଅପରେସନ ଆରମ୍ଭ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଲ୍ୟାଣ୍ଡ ମାଇନ୍ ବିସ୍ଫୋରଣରେ ଜଣେ ସାମ୍ବାଦିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତ ସାମ୍ବାଦିକ ଜଣକ ହେଉଛନ୍ତି ରୋହିତ ବିଶ୍ୱାଳ । ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀମାନେ ମ.ରାମପୁରର କରଲାମଖୁଣ୍ଟାର ଦୁଲେନ ଛକରେ ଲ୍ୟାଣ୍ଡ ମାଇନ ବିଛାଇ ଥିଲେ । କିନ୍ତୁ ସାମ୍ବାଦିକ ଜଣକ ସେପଟେ ଯାଉଥିବା ବେଳେ ଏହା ବିସ୍ଫୋରଣ ହୋଇ ଯାଇଥିଲା । ଯାହାଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି । ବିସ୍ଫୋରଣରେ ପରେ ସେହି ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯାଇଛି । ଏହାସହ ସୁରକ୍ଷା କର୍ମୀ ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି ।