ଭୁବନେଶ୍ୱର: ରାଜ୍ୟରେ ଜାରି ରହିବ କାଳ ବୈଶାଖୀ ବର୍ଷା । ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ଉପକୂଳ , ଉତ୍ତର ଓ ଦକ୍ଷିଣ ଓଡିଶାରେ ବିଜୁଳି ଘଡଘଡି ସହ ବର୍ଷା ପବନ ଜାରି ରହିବ । ତେଲେଙ୍ଗାନା ଏବଂ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ବେଳେ ଦକ୍ଷିଣ-ପୂର୍ବ ଗାଙ୍ଗେୟ ଉପତ୍ୟକା ଏବଂ ଏହାର ଆଖପାଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ରାଜ୍ୟରେ ଖରା ବର୍ଷା ଜାରି ରହିଛି ।ଆସନ୍ତା ୪ଦିନ ପର୍ଯ୍ୟନ୍ତ ଉତ୍ତର ଓ ଦକ୍ଷିଣ ଓଡିଶାର ବିିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ଘଣ୍ଟାପ୍ରତି ୪୦ରୁ ୫୦ ମିଲୋମିଟର ବେଗରେ ପବନ ବହିବାର ପୂର୍ବାନୁମାନ କରିଛି ଅଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲା ଓ ଆସନ୍ତାକାଲି ୧୪ ଜିଲ୍ଲା କୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ, ଜୁନ୍ ୧ ତାରିଖରେ ୪ଟି ଜିଲ୍ଲାକୁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର। ସେପଟେ ପଶ୍ଚିମ ଓଡ଼ିଶାରେ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବା ସମ୍ଭାବନା ନଥିବା ବେଳେ ବିଭିନ୍ନ ସ୍ଥାନରେ ୪୨ ଡିଗ୍ରୀ କିମ୍ବା ତା ଠାରୁ ଅଧିକ ତାପମାତ୍ରା ରହିବା ସମ୍ଭାବନା ରହିଛି।