(ସର୍ବେଶ୍ୱର ପାତ୍ର) : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର କାନପୁରା ପଞ୍ଚାୟତରାଜ ଉଚ୍ଚ ବିଦ୍ୟାଳୟ ଠାରେ ସ୍ୱଭାବ କବି ଗଙ୍ଗାଧର ମେହର ଜୟନ୍ତୀ ଓ ରକ୍ଷା ବନ୍ଧନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଢେଙ୍କାନାଳ ଲେଖକ ସଂସଦ ଓ ବିଦ୍ୟାଳୟ ମିଳିତ ଆନୁକୁଲ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍କୁଲ ର ପ୍ରଧାନ ଶିକ୍ଷକ ଶ୍ରୀରାମ ରାଉତ ସଭାପତିତ୍ୱ କରିଥିଲେ। ଏଠାରେ ରାଜ୍ୟର ଶତାଧିକ ଲେଖକ, ଲେଖିକା, କବି ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସମାଗମ ଦେଖିବାକୁ ମିଳିଥିଲା। ସମସ୍ତେ ସ୍ୱଭାବ କବିଙ୍କ ଲେଖା ଓ ଜୀବନି ଉପରେ ଆଲୋକପାତ କରିବା ସହ ଛାତ୍ରଛାତ୍ରୀ ମାନଙ୍କୁ ଦିଗଦର୍ଶନ ଦେଇଥିଲେ।