ପୁରୀ / ସଞ୍ଜୟ ମହାପାତ୍ର : ଚଳିତମାସ ୬ ତାରିଖ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଥିବା ଶ୍ରୀକୃଷ୍ଣ ଲୀଳାର ଅନ୍ତିମ ଦିବସ କଂସବଦ୍ଧ । ଭାଦ୍ରବ ମାସ ଶୁକ୍ଳପକ୍ଷ ନବମୀ ତିଥି କୃଷ୍ଣଲୀଳାର ଶେଷ ଦିବସରେ କଂସ ମହାରାଜଙ୍କୁ ଶ୍ରୀକୃଷ୍ଣ ବଧ କରିଛନ୍ତି। ବଡଦାଣ୍ଡରେ ମହାପ୍ରଭୁଙ୍କ ଏହି ନିତି ଅନୁଷ୍ଠିତ ହୋଇଛି । ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଶ୍ରୀରାମକୃଷ୍ଣ ପାଲିଙ୍କିରେ ବିଜେ ହୋଇ ଶ୍ରୀମନ୍ଦିରରୁ ବାହାରିବା ପରେ ଲବଣିଖିଆ ମଣ୍ଡପରେ ମହାଭୋଇ ପରିବାରର ବୋହୁମାନଙ୍କ ହାତରୁ ଲବଣି ଖାଇବା ପରେ ମଥୁରା ନଗର ଅର୍ଥାତ ବଡଦାଣ୍ଡରେ ପହଂଚି ସେଠାରେ ଶ୍ରୀକୃଷ୍ଣ ଲୀଳାର ଅନ୍ତିମ ପର୍ବ ଅନୁଷ୍ଠିତ ହୋଇଛି । ଶେଷରେ ଶ୍ରୀମନ୍ଦିର ସିଂହଦ୍ୱାର ନିକଟରେ ପ୍ରଭୁ ଶ୍ରୀକୃଷ୍ଣ ରାକ୍ଷସ ରାଜା କଂସଙ୍କ ମଧ୍ୟରେ ଯୁଦ୍ଧ ହେବ | ଶେଷରେ ଶ୍ରୀକୃଷ୍ଣ ମହାରାଜ କଂସଙ୍କୁ ନିଧନ କରିବା ପରେ ମହାପ୍ରଭୁଙ୍କ ପାଲିଙ୍କି ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତନ କରିଥିଲେ। ଏଣୁ କଂସବଦ୍ଧ ନିତି ସରିବା ପରେ ଶ୍ରୀକୃଷ୍ଣ ଲିଳା ଶେଷ ହୋଇଛି।