ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ କାଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପ୍ରଥମ ଥର ପାଇଁ , ଜମ୍ମୁ ଏବଂ କାଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ । ଏହି ବୈଠକ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ହୋଇଥିଲା ଏବଂ ଏହି ବୈଠକ ପ୍ରାୟ ଅଧ ଘଣ୍ଟା ଧରି ଚାଲିଥିଲା। ସୂତ୍ର ଅନୁଯାୟୀ, ଆକ୍ରମଣ ପରେ ସୃଷ୍ଟି ହେଉଥିବା ପରିସ୍ଥିତି ଉପରେ ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଥିଲା।