(ସର୍ବେଶ୍ୱର ପାତ୍ର): ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକରେ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଖାଉଟି କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏଠାରେ ବିଡ଼ିଓ ବସନ୍ତ ମଲ୍ଲୀକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ବାଣିଜ୍ୟ ପରିବହନ ମନ୍ତ୍ରୀ ନୃସିଂହ ସାହୁ ଉପସ୍ଥିତ ରହି ବ୍ଲକର ୨୯ଟି ପଂଚାୟତର ୪୯୨ଜଣ ହିତାଧିକାରୀଙ୍କୁ ଖାଉଟି କାର୍ଡ ବଣ୍ଟନ କରିଥିଲେ । ଏଠାରେ ବ୍ଲକ ଅଧ୍ୟକ୍ଷ ଅକ୍ଷୟ ବେହେରା, ଯୋଗାଣ ଅଧିକାରୀ ସଞ୍ଜୟ ସାହୁ, ସୁବ୍ରତ ଦାସଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ ।