ଭୁବନେଶ୍ୱର: କିଛି ଦିନ ହେବ ଲଗାତାର ହ୍ରାସ ପାଉଛି ସୁନା ଦର । ଯାହା ଗ୍ରାହକଙ୍କ ପାଇଁ ଆଶ୍ୱସ୍ତି ସହ ଆଣିଛି ଖୁସି ଖବର । ଗତ ଦୁଇ ଦିନ ଧରି ସୁନା ଦର ଅପରିବର୍ତ୍ତିତ ରହିଛି । ଯାହା ଫଳରେ ସୁନା କିଣୁବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଏହା ଏକ ଖୁସି ଖବର ।
ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୭,୪୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୯ ହଜାର ୩୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୭,୪୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୯,୩୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୭, ୪୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୯ ହଜାର ୩୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୭,୫୭୦ ଟଙ୍କା ଓ ୨୨ କ୍ୟାରେଟ୍ ୮୯,୪୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୭, ୪୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୯ ହଜାର ୩୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୭, ୪୨୦ ଓ ୮୯, ୩୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୭ , ୮୦୦ ଟଙ୍କା ହୋଇଛି । ସେହିପରି ରୂପା ଦର ମଧ୍ୟ ଅପରିବର୍ତ୍ତିତ ରହିଛି । ଭୁବନେଶ୍ବରରେ ରୂପା ଦର ୧ କେଜି ପିଛା ୧,୧୭,୮୦୦ ଟଙ୍କା ରହିଛି ।
ସୁନାର ଶୁଦ୍ଧତା ଜାଣିବା ପାଇଁ ଓଝଙ (ଇଣ୍ଡିଆନ୍ ଷ୍ଟାଣ୍ଡାର୍ଡ ଅର୍ଗାନାଇଜେସନ୍) ଦ୍ୱାରା ହଲ୍ ମାର୍କ ଦିଆଯାଏ। ୨୪ କ୍ୟାରେଟ୍ ସୁନା ଅଳଙ୍କାର ଉପରେ ୯୯୯, ୨୩ କ୍ୟାରେଟ୍ ଉପରେ ୯୫୮, ୨୨କ୍ୟାରେଟ୍ ଉପରେ ୯୧୬, ୨୧ କ୍ୟାରେଟ୍ ଉପରେ ୮୭୫ ଏବଂ ୧୮ କ୍ୟାରେଟ୍ ଉପରେ ୭୫୦ ଲେଖାଯାଇଥାଏ। ପ୍ରାୟତଃ ସୁନା ୨୨ କ୍ୟାରେଟ୍ରେ ବିକ୍ରି ହେଉଥିବାବେଳେ କିଛି ଲୋକ ୧୮ କ୍ୟାରେଟ୍ ମଧ୍ୟ ବ୍ୟବହାର କରନ୍ତି। କ୍ୟାରେଟ୍ ୨୪ ରୁ ଅଧିକ ନଥାଏ, ଏବଂ କ୍ୟାରେଟ୍ ଯେତେ ଅଧିକ ସୁନା ସେତେ ଶୁଦ୍ଧ ହୋଇଥାଏ।