କାଜିରଙ୍ଗା ଦୁର୍ଘଟଣାରେ ଜୀବନହାନି ପାଇଁ ବିରୋଧି ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର: ଆସାମର କାଜିରଙ୍ଗା ଠାରେ ଏକ ସଡ଼କ ଦୁର୍ଘଟଣାରେ ୨୩ ଜଣଙ୍କ ମୃତ୍ୟୁ ଘଟଣାକୁ ନେଇ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା ଥିବା ପଟ୍ଟନାୟକ, ଏହି ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।

ପୂର୍ବତନ ମୁଖ୍ୟମନ୍ତ୍ରୀ ‘ଏକ୍ସ’ (X) ରେ ଏକ ପୋଷ୍ଟ କରି ଲେଖିଛନ୍ତି, “ଆସାମର କାଜିରଙ୍ଗାରେ ଘଟିଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଏତେ ସଂଖ୍ୟକ ଲୋକଙ୍କ ମୃତ୍ୟୁ ଖବର ଶୁଣି ମୁଁ ଗଭୀର ମର୍ମାହତ। ଏହି ଦୁଃଖଦ ସମୟରେ ମୁଁ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପାଇଁ ପ୍ରାର୍ଥନା କରୁଛି। ଏହି ଅପୂରଣୀୟ କ୍ଷତିକୁ ସହିବା ପାଇଁ ପରିବାରବର୍ଗଙ୍କୁ ଈଶ୍ୱର ସାହସ ଦିଅନ୍ତୁ ଏବଂ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିମାନେ ଯେପରି ଶୀଘ୍ର ସୁସ୍ଥ ହୋଇଯାଆନ୍ତି, ସେଥିପାଇଁ ମୁଁ ପ୍ରାର୍ଥନା କରୁଛି।”

ଆସାମର କାଜିରଙ୍ଗା ଜାତୀୟ ଉଦ୍ୟାନ ନିକଟରେ ଏକ ମିନି ବସ୍ ଏବଂ ଏକ କଣ୍ଟେନର ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଅନ୍ତତଃ ୨୩ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ଅନ୍ୟ ୨୦ ଜଣ ଆହତ ହୋଇଛନ୍ତି।