ଭୁବନେଶ୍ୱର(ରିପୋର୍ଟର୍ଟ ଟୁଡେ) : ଦକ୍ଷିଣ ଓଡିଶା ଉପକୂଳରେ ଏକ ଲଘୁଚାପ ୧୧ ତାରିଖ ବେଳକୁ ସୃଷ୍ଟି ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି ଏବଂ ସୂଚନା ଦେଇଛନ୍ତି ଏଚ. ଆର ବିଶ୍ୱାସ । ସମୁଦ୍ର ପତ୍ତନରେ ଥିବା ପୂର୍ବ-ପଶ୍ଚିମ ନିମ୍ନ ଚାପରେଖା ଆଜି ଉତ୍ତର ପଶ୍ଚିମ ଉତ୍ତର ପ୍ରଦେଶରୁ ଦକ୍ଷିଣ ବିହାର, ଉତ୍ତର ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକା ମଧ୍ୟ ଦେଇ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଯାଏଁ ଲମ୍ବିଛି। ତା’ଛଡା ଅନ୍ୟ ଏକ ନିମ୍ନ ଚାପରେଖା ଉତ୍ତର ଦକ୍ଷିଣ ସମୁଦ୍ର ପତ୍ତନରୁ ୧.୫ କିମି ଉପରେ ଝାଡ଼ଖଣ୍ଡରୁ ଆଭ୍ୟନ୍ତରୀଣ ଓଡ଼ିଶା ମଧ୍ୟ ଦେଇ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ପର୍ୟ୍ୟନ୍ତ ଲମ୍ବିଛି। ଏବଂ ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୋଳ, କେନ୍ଦୁଝର , ନୂଆପଡା, ବଲାଙ୍ଗୀର ବଂ ମୟୂରଭଞ୍ଜ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।