ବିହାରରେ ବଜ୍ରପାତରେ ୧୬ ଜଣଙ୍କ ମୃତ୍ୟୁ

ବିହାର: ବଜ୍ରପାତରେ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ଏଭଳି ଘଟଣା ଘଟିଛି ବିହାରର । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମୃତକଙ୍କ ପରିବାର ପ୍ରତି ଗଭୀର ସମବେଦନା ଜ୍ଞାପନ କରିଛନ୍ତି। ଏଥିସହ ସେମାନଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।ବିହାରର ପୂର୍ବ ଚମ୍ପାରଣରେ ୪, ଭୋଜପୁରରେ ୩, ସାରଣରେ ୩, ପଶ୍ଚିମ ଚମ୍ପାରଣରେ ୨, ଅରରିୟାରେ ୨ ଏବଂ ବାଙ୍କା ଓ ମୁଜଫରପୁରରେ ଜଣେ ଲେଖାଏ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏ ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇ ସୂଚନା ଦିଆଯାଇଛି।