ବୁଧବାର ଚତୁର୍ଥୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର ତଥା ବନକଲାଗି ନୀତି ହେବ । ଏଥିପାଇଁ ଅପରାହ୍ଣରେ ଦର୍ଶନ କଟକଣା ରହିବ । ବନକଲାଗି ସମୟରେ ସର୍ବସାଧାରଣ ଠାକୁର ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ନୀତି ସମ୍ପାଦନ କରିବେ । ବନକଲାଗି ଶେଷ କରି ଦତ୍ତମହାପାତ୍ର ସେବାୟତମାନେ ଗର୍ଭଗୃହରୁ ବାହାରକୁ ଆସିଲେ ସିଂହାସନ ଧୁଆ ସହ ମହାପ୍ରଭୁଙ୍କ ମହାସ୍ନାନ ଆଦି ନୀତି ବଢ଼ି ପୁନଃ ଠାକୁରଙ୍କ ଦର୍ଶନ ଆରମ୍ଭ ହେବ ।