ଭୁବନେଶ୍ଵର: ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ । ଘୂର୍ଣ୍ଣିବଳୟଟି ଉତ୍ତର ବଙ୍ଗୋପସାଗରରେ ପ୍ରବେଶ କରିବା ନେଇ ସମ୍ଭାବନା ରହିଛି । ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏନେଇ ଉକ୍ତ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେପଟେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ୨୫ ତାରିଖ ପାଇଁ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ଆଲର୍ଟ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁକ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଉପକୂଳ ଜିଲ୍ଲାରେ ୩୦ରୁ ୪୦ କିଲୋମିଟର ପବନ ସହ ବିଜୁଳି, ଘଡଘଡି ବର୍ଷା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ।