ଦକ୍ଷିଣ ମିଆଁମାର ଉପକୂଳ ନିକଟରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର: ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି। ଶ୍ରୀ ଦାଶଙ୍କ କହିବା ଅନୁଯାୟୀ, କେନ୍ଦ୍ରୀୟ ଥାଇଲ୍ୟାଣ୍ଡ ଉପରେ ସକ୍ରିୟ ଥିବା ଏକ ଘୂର୍ଣ୍ଣିବଳୟ (cyclonic circulation) ପ୍ରଭାବରେ ଆଜି ଦକ୍ଷିଣ ମିଆଁମାର ଉପକୂଳ ନିକଟରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୯.୪ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପି ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ଆଣ୍ଡାମାନ ସାଗର ଏବଂ ମିଆଁମାରର ସଂଲଗ୍ନ ଇରାୱାଡି ଅଞ୍ଚଳରେ ପ୍ରବେଶ କରିବାର ସମ୍ଭାବନା ରହିଛି।

ଏହା ପରେ, ଆଗାମୀ ଦୁଇ ଦିନ ମଧ୍ୟରେ ଏହା ମିଆଁମାର-ବାଂଲାଦେଶ ଉପକୂଳ ଦେଇ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ବାଂଲାଦେଶ ଆଡ଼କୁ ଅଗ୍ରସର ହେବାର ସମ୍ଭାବନା ରହିଛି।