ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

0

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଘୂର୍ଣ୍ଣିବଳୟ ନେଲା ଲଘୁଚାପର ରୂପ । ଆଜି ଉତ୍ତର- ପଶ୍ଚିମ ପାଶ୍ୱବର୍ତ୍ତୀ ଓଡିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ଓଡିଶା, ଛତିଶଗଡ ଓ ଆନ୍ଧ୍ରପ୍ରଦେଶରେ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା । ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ମଧ୍ୟ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି।

ସେପଟେ ଫିଲିପାଇନ୍ସ ସାଗରରେ ବାତ୍ୟାର ଆଶଙ୍କା । ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେବ । ପରବର୍ତ୍ତୀ ସମୟରେ ବାତ୍ୟାରେ ପରିଣତ ହେବ ବୋଲି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲସ୍ ଆକଳନ କରିଛନ୍ତି । ଆସନ୍ତା ସପ୍ତାହ ବେଳକୁ ବାତ୍ୟା ଫିଲିପାଇନ୍ସ ଓ ତାଇଓ୍ଵାନରେ ପ୍ରଭାବ ପକାଇ ପାରେ ।