ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ସଂଲଗ୍ନ ଉପକୂଳୀୟ ଆନ୍ଧ୍ରପ୍ରଦେଶ ଉପରେ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ, ସେପ୍ଟେମ୍ବର ୧୧ ତାରିଖ ପାଖାପାଖି ପଶ୍ଚିମ କେନ୍ଦ୍ରୀୟ-ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି ।
IMD ପୂର୍ବାନୁମାନ ଅନୁଯାୟୀ, ଏହି ପ୍ରଣାଳୀ ଯୋଗୁଁ ସେପ୍ଟେମ୍ବର ୯ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାରପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୧୦ ଏବଂ ସେପ୍ଟେମ୍ବର ୧୨ ତାରିଖ ପାଖାପାଖି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ପ୍ରାରମ୍ଭରେ, ଉତ୍ତର ଓଡ଼ିଶାରେ ଏବଂ ପରେ ଉପକୂଳ, କେନ୍ଦ୍ରୀୟ ଏବଂ ଦକ୍ଷିଣ ଓଡ଼ିଶା ଜିଲ୍ଲାଗୁଡ଼ିକରେ ବର୍ଷାର ପରିମାଣ ବୃଦ୍ଧି ପାଇବ।
ଅନ୍ୟପକ୍ଷେ ଆଜି ଓଡିଶାର ଅନେକ ସ୍ଥାନରେ ଝଡ଼ବର୍ଷା, ବଜ୍ରପାତ ସହ ପବନ ହେବାର ସମ୍ଭାବନା ଅଛି। ଆଇଏମଡି ରିପୋର୍ଟ ଅନୁଯାୟୀ ବାଲେଶ୍ୱର, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ପାଇଁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କରିଛି। ଏହି ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ଝଡ଼ ଏବଂ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।
ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଭଳି ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ବଜ୍ରପାତ ସହିତ ଝଡ଼ ଏବଂ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।