ଭୁବନେଶ୍ଵର: ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା । ଆସନ୍ତାକାଲି ଉତ୍ତର ପଶ୍ଚିମ ଓ ସଂଲଗ୍ନବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଭାରି ବର୍ଷାର ସମ୍ଭାବନା ରହିଛି ।ଆସନ୍ତା ୨୪ ଘଣ୍ଟା ପାଇଁ ୨୩ ଜିଲ୍ଲାକୁ ଜାରି ହେଲା ୟେଲୋ ଆଲର୍ଟ । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ମୟୁରଭଂଜ, କେଉଁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ମାଲକାନାଗିରି, କୋରାପୁଟ,ରାୟଗଡ଼ା।ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ମଧ୍ୟ ସତର୍କ କରାଯାଇଛି । କାଲିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ। ପବନର ବେଗ ଅଧିକ ଯୋଗୁ ସମୁଦ୍ର ଅଶାନ୍ତ ରହିବ । ତେଣୁ ଏହି ସମୟରେ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।