ନୂଆଦିଲ୍ଲୀ: ଆସୁଛି ବର୍ଷା । ଆଗାମୀ ୧୨ ଘଣ୍ଟା ଭିତରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ସକ୍ରିୟ ଘୁଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ । ପୂର୍ବ କେନ୍ଦ୍ରୀୟ ଆରବସାଗର ପାଶ୍ୱର୍ବର୍ତ୍ତୀ ଉତ୍ତର କଣ୍ଣାଟକ ଅଞ୍ଚଳରେ ସକ୍ରିୟ ରହିଛି ଘୁଣ୍ଣିବଳୟ । ଏହାର ପ୍ରଭାବରେ ଆଗାମୀ ୧୨ ଘଣ୍ଟା ଭିତରେ ସମାନ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାନା ରହିଛି । ପରବର୍ତ୍ତୀ ସମୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର ଦିଗରେ ଗତି କରିବ । ପରେ ଅଧିକ ଘନୀଭୁତ ହେବା ସହିତ ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ଥିବା ଦେଇଛି ପାଣିପାଗ ବିଭାଗ ।
‘ଏକ୍ସ’ ଜରିଆରେ ଉମାଶଙ୍କର ଲେଖିଛନ୍ତି, ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ । ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଏହା ଅବପାତରେ ପରିଣତ ହେବ ।
ପୂର୍ବ କେନ୍ଦ୍ରୀୟ ଆରବ ସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳ ଅଞ୍ଚଳରେ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହେବା ସହ ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।