ଭୁବନେଶ୍ୱର: ରାଜ୍ୟରେ ଏବେ ଅସହ୍ୟ ତାତି ଓ ପ୍ରଚଣ୍ତ ଖରା ସାଙ୍ଗକୁ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଅନ୍ୟପଟେ ଆଜି ପ୍ରବଳ ଖରା ଓ ତାତି ନେଇ ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କିନ୍ତୁ ଏହାରି ମଧ୍ୟରେ ଏକ ଆଶ୍ବସ୍ତିକର ଖବର ସାମ୍ନାକୁ ଆସିଛି । ଆସନ୍ତା ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାପରେ ଘୁର୍ଣ୍ଣିବଳୟ ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ସୃଷ୍ଟି ହେବାର ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ଥିବା ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି ।
#ଲଘୁଚାପସମ୍ଭାବନା
୪ ମଇ ୨୦୨୨ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି, ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି | ସୃଷ୍ଟି ହେବାର ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା— Meteorological Centre, Bhubaneswar (@mcbbsr) April 29, 2022
ସେହିପରି ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ତାତିରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ଯାଏଁ ତାତି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଗତକାଲି ବୌଦ୍ଧ ରାଜ୍ୟର ସବୁଠୁ ଉତପ୍ତ ସହର ହୋଇଥିଲା । ଚଳିତ ବର୍ଷର ସର୍ବାଧିକ ତାପମାତ୍ରା ୪୫ ଡିଗ୍ରୀ ରେକର୍ଡ କରାଯାଇଥିଲା ।