ଗଜପତି ଜିଲ୍ଲା ଗୋଶାଣୀ ବ୍ଳକର ମିଶନଶକ୍ତି କାଫେ ସମ୍ମୁଖ ପଡ଼ିଆରେ ମହେନ୍ଦ୍ରତନୟା ମହୋତ୍ସବ ୨୦୨୬ଉଦଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଗୋଶାଣୀ ବ୍ଳକ ଅଧ୍ୟକ୍ଷ ଏନ ବୀରରାଜୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପାରଳା ବିଧାୟକ ଇଂ ରୂପେଶ ପାଣିଗ୍ରାହୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ ତିରୁପତି ରାଓ, ପାରଳାଖେମୁଣ୍ଡି ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ତହସିଲଦାର ନାରାୟଣ ବେହେରା, ଗୋଶାଣୀ ବ୍ଳକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗୌର ଚନ୍ଦ୍ର ପଟ୍ଟନାୟକ, ସହକାରୀ ନିର୍ବାହୀ ଯନ୍ତ୍ରୀ ସସ୍ମିତା କୁମାରୀ ଜେନା,ଜିଲ୍ଲା ପରିଷଦ ସଭ୍ୟା ନିଳାବତୀ ପାରିକା, ଏକାଉଣ୍ଟଟଣ୍ଟ ଗଜେନ୍ଦ୍ର ବେହେରା ପ୍ରମୁଖ ମଞ୍ଚାସିନ ଥିଲେ। ଅତିଥିମାନେ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଅତିଥିମାନଙ୍କୁ ଉପଢୌକନ ଓ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରାଯାଇଥିଲା। ଗଜପତି କଳା ପରିଷଦର ଗୁରୁ ନୃସିଂହ ପାଢ଼ୀଙ୍କ ନିର୍ଦ୍ଦେଶନାରେ ଛାତ୍ରଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ଗାନ କରାଯାଇଛି। ସି ଆର ସି ରଶ୍ମିତା ସାମଲ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗୌର ଚନ୍ଦ୍ର ପଟ୍ଟନାୟକ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।

ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ହେଉଛି ଅଞ୍ଚଳର ଲୋକକଳା ଓ ନୃତ୍ୟ, ସଙ୍ଗୀତ ପ୍ରଭୃତି ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା।ତେଣୁ ବିଭିନ୍ନ ଅନୁଷ୍ଠାନରୁ ଆସିଥିବା କଳାକାରମାନେ ନିଜର କଳା ପରିବେଷଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ସରପଞ୍ଚ,ସମିତି ସଭ୍ୟ ସଭ୍ୟାଙ୍କ ସମେତ ବ୍ଳକର କର୍ମଚାରି ମାନେ ଉପସ୍ଥିତ ରହି କାର୍ଯ୍ଯକ୍ରମକୁ ସଫଳ ରୂପାୟନ କରିଥିଲେ।