ମହାପ୍ରଭୁ ଶ୍ରୀଜଗନ୍ନାଥ ପୀଡ଼ିତାଙ୍କ ପରିବାରକୁ ଅସୀମ ଧୈର୍ଯ୍ୟ ଓ ଶକ୍ତି ପ୍ରଦାନ କରନ୍ତୁ

ଭୁବନେଶ୍ୱର-: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀଙ୍କ ମୃତ୍ୟୁ ଖବର ଶୁଣି ଗଭୀର ଶୋକ ପ୍ରକାଶ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ସାଂସଦ ଲେଖିଛନ୍ତି ଏହି ଦୁଃଖ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପୀଡ଼ିତାଙ୍କ ପରିବାରକୁ ଅସୀମ ଧୈର୍ଯ୍ୟ ଓ ଶକ୍ତି ପ୍ରଦାନ କରନ୍ତୁ। ରାଜ୍ୟ ସରକାର ପୀଡ଼ିତାଙ୍କ ପରିବାର ସହ ସର୍ବଦା ଛିଡ଼ା ହୋଇଛନ୍ତି। ଏହି ଘଟଣାରେ ସଂପୃକ୍ତ ସମସ୍ତ ଦୋଷୀଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି ବୈଜୟନ୍ତ।

ସେହିପରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଦୋଷୀକୁ କଠୋର ଦଣ୍ଡ ମିଳିବ। ଆଶା କରିଥିଲୁ ଝିଅ ବଞ୍ଚିଯିବ ବୋଲି, କିନ୍ତୁ ସମ୍ଭବ ହେଲାନି। ଯେଉଁମାନେ ବି ଏହି ଘଟଣାରେ ସଂପୃକ୍ତ ଅଛନ୍ତି ତାଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ହେବ। ସେପଟେ, ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିରେ ସମ୍ପୃକ୍ତ ଥିବା ସମସ୍ତ ଦୋଷୀଙ୍କୁ କଠୋରରୁ କଠୋର ଦଣ୍ଡ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି। ଏଥିପାଇଁ ସେ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିବା କହିଛନ୍ତି।