(ସୌମ୍ୟ ରଂଜନ ସେଠୀ) : ସମୁଦ୍ର ପତ୍ତନଠାରୁ ୩.୬ କିଲୋମିଟର ଏବଂ ୪.୫ କିଲୋମିଟର ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆଜି ଠାରୁ ଦୁଇଦିନ ଧରି ପଶ୍ଚିମ ଓ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାର ପ୍ରଭାବରେ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ ଉତ୍ତର ଓଡ଼ିଶାର କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ଜାରି କରାଯାଇଛି ।