(ସୌମ୍ୟ ରଂଜନ ସେଠୀ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପବନ ଓ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । କିନ୍ତୁ ୧୧ଟା ଜିଲ୍ଲାରେ ଆଲର୍ଟ ଜାରି କରାଯାଇଛି । ସେଇ ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ, ଦେବଗଡ, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କୋରାପୁଟ, କନ୍ଧମାଳ, ମାଲକାନଗିରି ଓ ଗଞ୍ଜାମ । ରାତିରେ ପବନ ଓ ଘଡଘଡି ସହ ବର୍ଷା ହେବ । ରାତି ସାଢେ ୧୧ଟା ଯାଏଁ ସତର୍କ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।