(ଗୋବିନ୍ଦ ଚନ୍ଦ୍ର ପଣ୍ଡା):୧୮ ତାରିଖ ସନ୍ଧ୍ୟା କିମ୍ବା ୧୯ ତାରିଖ ସକାଳ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ୨୦ ତାରିଖରେ ଲଘୁଚାପ ଅବପାତର ରୂପ ନେଇପାରେ। ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ୨୦ ତାରିଖ ରାତିରୁ ୨୧ ତାରିଖ ସକାଳ ଯାଏ କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଜପତି, ରାୟଗଡ଼ା ଭଳି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହିତ ଖୋର୍ଦ୍ଧା, ନୟାଗଡ଼, ପୁରୀରେ ମଧ୍ୟମ ଧରଣର ବର୍ଷା ହେବ।
ଆଜି ୧୭ଟି ଜିଲ୍ଳାରେ ପ୍ରବଳ ବର୍ଷା ସମ୍ଭାବନା । କେନ୍ଦ୍ରାପଡା,ଖୋର୍ଦ୍ଧା,ଜଗତସିଂହପୁର,ଭଦ୍ରକ, ବାଲେଶ୍ୱର,ଯାଜପୁର,ପୁରୀ, କଟକ, ନୟାଗଡ,ଗଜପତି,କେନ୍ଦୁଝର, ମୟୁରଭଂଜ,ସମ୍ବଲପୁର, ସୁନ୍ଦରଗଡ, କୋରାପୁଟ ଓ ମାଲକାନଗିରି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦିନ ସାଢେ ୪ଟା ଯାଏ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।