(ଗୋବିନ୍ଦ ଚନ୍ଦ୍ର ପଣ୍ଡା): ଆଜିଠୁ ୪ ଦିନ ଧରି ବର୍ଷିବ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତାକାଲି ପୂର୍ବ ଓ କେନ୍ଦ୍ର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ । ଫଳରେ ଆଜିଠାରୁ ୨୦ ତାରିଖ ମଧ୍ୟରେ ୪ ଦିନ ଯାଏଁ ଉପକୂଳ ଓ ଉତର ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।
ଆଜି ଉତର ଓଡିଶାର ମୟୂରଭଞ୍ଜ ସମେତ ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ ଓ ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଆସନ୍ତାକାଲି ଦକ୍ଷିଣ ଓଡିଶାର କୋରାପୁଟ, ଗଜପତି, ମାଲକାନଗିରି ଓ ରାୟଗଡା ଜିଲ୍ଲାରେ ପ୍ରବଳ ବର୍ଷା ହେବ । ସେହିପରି ୨୦ ଓ ୨୧ ତାରିଖ ଦୁଇଦିନ ଧରି ଉପକୂଳ ଓଡିଶା ସମେତ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ, ମାଲକାନଗିରି, କଳାହାଣ୍ଡି, କୋରାପୁଟ, କନ୍ଧମାଳ, ବାଲେଶ୍ୱର, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।