(ସୌମ୍ୟ ରଂଜନ ସେଠୀ) : ୱେଲମାର୍କ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ । ଆସନ୍ତା ୨୪ ଘଣ୍ଟାରେ ଏହା ଡିପ୍ ଡିପ୍ରେସନର ରୁପ ନେବ । ଏହାର ପ୍ରଭାବରେ ଗତକାଲିଠାରୁ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଉପକୂଳ ଓ ଦକ୍ଷିଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଫଳରେ ୭ ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି । ୭୨ ଘଣ୍ଟା ପରେ ବର୍ଷାର ପରିମାଣ କମିବ ବୋଲି ଆଚଂଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
୨୦ ଓ ୨୧ତାରିଖ ଦୁଇ ଦିନ ଧରି ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଭାରତୀୟ ପାଣିପାଗ ତରଫରୁ ୭ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ, ଗଜପତି, ପୁରୀ, ରାୟଗଡା, କଳାହାଣ୍ଡି, କୋରାପୁଟ ଓ କନ୍ଧମାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ମାଲକାନଗିରି, ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଖୋର୍ଦ୍ଧା, ନୟାଗଡ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର ,ଭଦ୍ରକ ଓ ବାଲେଶ୍ୱର ପାଇଁ ଅରେଞ୍ଜ ୱାଣ୍ଣିଂ ଜାରି କରାଯାଇଛି । ଏପଟେ ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷା ଆରମ୍ଭ ହୋଇଯାଇଛି ।