ଘନ କୁହୁଡି ପାଇଁ ୧୨ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ଲାଗିରହିଛି କୋହଲା ପାଗ ସହ ଝିପିଝିପି ବର୍ଷର । ଏହାରି ଭିତରେ ଘନ କୁହୁଡି ପାଇଁ ୧୨ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଝାରସୁଗୁଡା, ବରଗଡକୁ କୁହୁଡି ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଯାତାୟତ ସମୟରେ ସଚେତନ ଓ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଦକ୍ଷିଣ ଓ ଉତ୍ତର ଓଡିଶାର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।