ଜ୍ୟୋତିପ୍ରକାଶଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ

ଫକିର ମୋହନ ସ୍ବୟଂ ଶାସିତ ମହାବିଦ୍ୟାଳୟର ଘଟିଥିବା ଅଘଟଣରେ ଛାତ୍ରୀଙ୍କୁ ଉଦ୍ଧାର କରିଥିବା ମହାବିଦ୍ୟାଳୟର ଛାତ୍ର ଜ୍ୟୋତିପ୍ରକାଶ ବିଶ୍ବାଳଙ୍କ ସହ କଥା ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଛାତ୍ରୀଙ୍କୁ ଉଦ୍ଧାର କରିବା ସମୟରେ ଜ୍ୟୋତିପ୍ରକାଶ ଆହତ ହୋଇ ବର୍ତ୍ତମାନ ଏସସିବି ମେଡିକାଲର ବର୍ଣ୍ଣ ୟୁନିଟରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ମା’ଙ୍କ ସହିତ ଫୋନ ଯୋଗେ କଥା ହୋଇ ଜ୍ୟୋତିପ୍ରକାଶଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିବା ସହ ବ୍ୟସ୍ତ ନହେବା ପାଇଁ ସାନ୍ତନା ଦେଇଛନ୍ତି ମନ୍ତ୍ରୀ । ତାଙ୍କୁ ଉତ୍ତମ ଚିକିତ୍ସା ସୁବିଧା ଯୋଗାଇଦେବା ପାଇଁ ସରକାର ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରୁଛନ୍ତି । ଏଥିପ୍ରତି ବିଶେଷ ଧ୍ୟାନ ଦେବା ନିମନ୍ତେ ବର୍ଣ୍ଣ ୟୁନିଟିର ଡାକ୍ତରୀ ଦଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମହାପ୍ରଭୁଙ୍କ ନିକଟରେ ଜ୍ୟୋତିପ୍ରକାଶ ଆଶୁ ଆରୋଗ୍ୟ କାମନା କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ।