ଆସନ୍ତା ଦୁଇ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି । ରାଜ୍ୟରେ ତାପମାତ୍ରା ବୃଦ୍ଧି ହେତୁ ସ୍କୁଲରେ ଖରାଛୁଟି ନେଇ ହୋଇପାରେ ନିଷ୍ପତ୍ତି । ଏନେଇ ସୂଚନା ଦେଲେ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ପ୍ରଥମ ପର୍ୟ୍ୟାୟରେ ମେ ୬ ତାରିଖ ପର୍ୟ୍ୟନ୍ତ ସ୍କୁଲ ବନ୍ଦ ନେଇ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲା ରାଜସ୍ଵ ବିଭାଗ। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଦିନେ ଦୁଇ ଦିନ ମଧ୍ୟରେ ନିଷ୍ପତି। ପ୍ରବଳ ଗ୍ରୀଷ୍ମ ପ୍ରବାହ କୁ ଦୃଷ୍ଟିରେ ରଖି ବିଭିନ୍ନ ବିଭାଗର ସଚିବଙ୍କ ସହ ଆଲୋଚନା କଲେ ରାଜସ୍ଵ ମନ୍ତ୍ରୀ। ଖରା ବଢିଲେ ଆବଶ୍ୟକ ସ୍ଥଳେ ଅଙ୍ଗନୱାଡ଼ି ଛୁଟି ହେବ।