କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, କେବଳ ୧୯ଜିଲ୍ଲାରୁ ଚିହ୍ନଟ ହେଲେ ନୂଆ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଏବେ ଦିନକୁ ଦିନ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ଘଣ୍ଟାରେ ୧୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩୪୭୮୦ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୬୭ଜଣ କ୍ୱାରେଣ୍ଟାଇନରୁ ଥିବାବେଳେ ୪୬ଜଣ ସ୍ଥାନୀୟ ବାସିନ୍ଦା ଅଟନ୍ତି ।

ବର୍ତ୍ତମାନ ରାଜ୍ୟରେ ୧୨୮୬ଟି ଆକ୍ଟିଭ କେସ୍ ଥିବା ବେଳେ ୩୩୧୫୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୧୦ଜଣ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୯ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାର ଜଣେ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭ଜଣ, ଷ୍ଟେଟ ପୁଲ୍ ୨ଜଣ ରହିଛନ୍ତି ।

 

 

Edit by Sushree Biswajeeta