ନୂଆ ଯୋଜନା ବିକଶିତ ଗାଁ ବିକଶିତ ଓଡ଼ିଶାକୁ ଆଜି ରାଜ୍ୟ କ୍ୟାବିନେଟର ମୋହର

0

ଭୁବନେଶ୍ୱର: ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ  ପୂର୍ବରୁ ସବୁ ଯୋଜନା ଗୁଡ଼ିକ ଲକ୍ଷ୍ୟ ଅନୁଯାୟୀ ଫଳପ୍ରଦ ହୋଇ ନାହିଁ । ଗତ ସରକାର କେବଳ ନିର୍ବାଚନ ପାଇଁ ଯୋଜନା ଆରମ୍ଭ କରି ପରେ ବନ୍ଦ କରି ଦିଅନ୍ତି । ନିର୍ବାଚନ ବେଳେ ଆମ ଓଡ଼ିଶା ନବୀନ ଓଡିଶା ଆରମ୍ଭ ହୋଇଥିଲା ତାହାର ସଂଜ୍ଞା କଣ ବୁଝା ପଡ଼ୁନି । ସଫଳତା ଜମା ହୋଇନି କହିଲେ ନାହିଁ ଚଳେ । କେବଳ ଠିକାଦାରୀ ରେ ସୀମିତ ଥିଲା । ଗ୍ରାମାଞ୍ଚଳର ତ୍ୱରିତ ବିକାଶ ପାଇଁ ନୂଆ ଯୋଜନା ବିକଶିତ ଗାଁ ବିକଶିତ ଓଡ଼ିଶା ଆରମ୍ଭ କରିଛନ୍ତି । ଏହି ଯୋଜନା କୁ ଆଜି ରାଜ୍ୟ କ୍ୟାବିନେଟ ମୋହର ମାରିଛି । ଚଳିତ ଆର୍ଥିକ ବର୍ଷ ୧୦୦୦ କୋଟି ଟଙ୍କା ର ବ୍ୟୟ ବରାଦ କରାଯାଇଛି । ପ୍ରତି ବର୍ଷ ୧୦୦୦ କୋଟି ଟଙ୍କାର ବ୍ୟୟ ବରାଦ ହେବ । ଆସନ୍ତା ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ । ସବୁ ନିଷ୍ପତ୍ତି ଗ୍ରାମସଭା ଦ୍ୱାରା ନିର୍ଣ୍ଣୟ ହେବ । ପରେ ତାହା ଜିଲ୍ଲାପାଳ ଙ୍କ ଅନୁମୋଦନ ହେବ। ଏଥିପାଇଁ ୫ ହଜାର କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି ।