ପୁଣି ଆସିପାରେ ନୂଆ ଭ୍ୟାରିଆଣ୍ଟ: ସ୍ଵାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ସଂକ୍ରମଣ ସ୍ଥିତି ନେଇ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, କୋଭିଡର କେବେ ବି ଅନ୍ତ ହେବ ନାହିଁ । ଭାଇରସର ଗୋଟିଏ ପରେ ଗୋଟିଏ ଭାରିଆଣ୍ଟ ଆସିବ । କାରଣ ଭାଇରସ୍ ତାର ଚରିତ୍ର ବଦଳାଇ ଥାଏ । ଆଲଫା ପରେ ଡେଲଟା ଓ ତାର ସବ ଭାରିଆଣ୍ଟ ଆସିଲା ତା ପରେ ଓମିକ୍ରନ ଏବଂ ତାର ସବ ଭାରିଆଣ୍ଟ ଆସିଛି । ଓମିକ୍ରନର ପ୍ରଭାବ କମିଗଲେ ହୁଏତ ନୂଆ ଭାରିଆଣ୍ଟ ଆସିପାରେ । ବର୍ତ୍ତମାନ ବି କୋଭିଡ ଉପରେ ଗବେଷଣା ଚାଲିଛି । ଯେବେ ପାଣ୍ଡେମିକ ବା କୌଣସି ଭ୍ୟାରିଏଣ୍ଟ ଖସେ ତାହା ତଳ ଉପର ହୋଇଥାଏ। ରାଜ୍ୟରେ ବର୍ତ୍ତମାନ ସଂକ୍ରମଣ ତଳ ଉପର ହେବାରେ ଲାଗିଛି। ମାତ୍ର ଏଥିପାଇଁ ଆତଙ୍କିତ ହେବାର ଆବଶ୍ୟକତା ନାହିଁ।