ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ଖବର, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ…

ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ହୋଇଛି । ରାଜେନ୍ଦ୍ରଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନିଜ ଏକ୍ସ ଆକାଉଣ୍ଟରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢ଼ୋଲକିଆଙ୍କ ଦେହାନ୍ତ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।

ତେବେ ରାଜେନ୍ଦ୍ର ଢୋଲକିଆ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ରାଜନିତୀ କ୍ୟାରିଅରରେ ସେ ବିଜେଡି ଟିକେଟରେ ୩ ଥର ନିର୍ବାଚିତ ହୋଇଥିଲେ । ରାଜେନ୍ଦ୍ର ୨୦୦୪ରେ ସ୍ୱାଧିନ ଭାବେ ନିର୍ବାଚିତ ହୋଇଥିଲେ । ୨୦୧୯ରେ ବିଜେଡି ସରକାରରେ ଯୋଜନା ଓ ସଂଯୋଜନା ବିଭାଗର ମନ୍ତ୍ରୀ ଥିଲେ ।