ନୟାଗଡ଼ ଜିଲ୍ଲା ସ୍ତରୀୟ ସମବାୟ ମହୋତ୍ସବ ଅନୁଷ୍ଠିତ

ନୟାଗଡ /ମାନସ କୁମାର ସାହୁ : ୭୦ ତମ ନିଖିଳ ଭାରତ ସମବାୟ ସପ୍ତାହ ଅବସରରେ ନୟାଗଡ଼ ଜିଲ୍ଲାସ୍ତରୀୟ ସମବାୟ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଷ୍ଟାଡିଅମ୍‌ ଠାରେ ଆୟୋଜିତ ଏହୀ କାର୍ଯ୍ୟକ୍ରମରେ ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ, ଜିଲ୍ଲା ପରିଷଦ ସଭାପତି ଦେବାଶିଷ ପଟ୍ଟନାୟକ, ନୟାଗଡ଼ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ପରିଚାଳନା ପରିଷଦ ଉପସଭାପତି ମୌସୁମୀ ସାହୁ, ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳ, ଏଆର୍‌ସିଏସ୍ ପ୍ରାର୍ଥନା ପ୍ରିୟଦର୍ଶିନୀ, ରାଜ୍ୟ ସମବାୟ ବ୍ୟାଙ୍କ ନିର୍ଦ୍ଦେଶକ, ସନ୍ନ୍ୟାସୀ ପ୍ରଧାନ, ମନୋଜ ନାୟକ, ନୟାଗଡ଼ ମୁନିସିପାଲିଟି ଅଧ୍ୟକ୍ଷା ନିରୁପମା ଖଟେଇ, ଓଡ଼ଗାଁ ପଞ୍ଚାୟତ ସମିତି ଅଧ୍ୟକ୍ଷ ଲୋକନାଥ ସାହୁ, ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ପାଦକ କରୁଣାକର ହାଁସଦା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ରବୀନ୍ଦ୍ରନାଥ ସାହୁ ସଭାରେ ଅଧ୍ୟକ୍ଷତା କରିଥିଲେ। ମିସନ୍ ଶକ୍ତିର ୨୬୪ ଜଣ ମହିଳାଙ୍କୁ ଏହି କାର୍ଯ୍ୟକ୍ରମରେ ସ୍କୁଟି ବଣ୍ଟନ କରାଯାଇଥିଲା। ଏହି ଅବସରରେ ଜିଲ୍ଲାର ୩୮ଟି ପାକ୍ସକୁ ରାଜ୍ୟ କେନ୍ଦ୍ର ସମବାୟ ବ୍ୟାଙ୍କ ପକ୍ଷରୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଥିଲା। ପର୍ଯ୍ୟାୟକ୍ରମେ ସମସ୍ତ ପାକ୍ସକୁ ଏଭଳି ସହାୟତା ପ୍ରଦାନ କରାଯିବ ବୋଲି ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି କହିଛନ୍ତି। ଜିଲ୍ଲାର ବିଭିନ୍ନ ସମବାୟ ସମିତିର କର୍ମକର୍ତ୍ତା କାର୍ଯ୍ୟକ୍ରମରେ ସାମିଲ୍ ହୋଇଥିଲେ।