ବିଜେପି ଛାଡିଲେ ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ

ନୀଳଗିରି : ବିଜେପି ଛାଡିଲେ ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ । ସେ ତାଙ୍କ ଇସ୍ତଫାପତ୍ର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଏ ନେଇ ସେ ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି । ତେବେ ସେ କାହିଁକି ଦଳରୁ ଇସ୍ତଫା ଦେଲେ, ସେ ନେଇ ସେଥିରେ କିଛି ଉଲ୍ଲେଖ କରି ନାହାନ୍ତି।
ସୂଚନା ଅନୁଯାୟୀ ,ସୁକାନ୍ତ କୁମାର ନାୟକ ପ୍ରଥମେ ବିଜେଡିରେ ଥିଲେ। ୨୦୧୪ରେ ସେ ବିଜେଡି ଟିକେଟରେ ନୀଳଗିରିରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୨୦୧୯ରେ ସେ ବିଜେଡି ଛାଡ଼ି ବିଜେପିରେ ମିଶିଥିଲେ ଓ ପୁଣି ଥରେ ଏହି ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏବେ ପୁଣି ସେ ବିଜେଡିକୁ ଫେରିବା ନେଇ ଚର୍ଚ୍ଚା ହେଉଛି ।